ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ।ଯେଉଁଥି ଲାଗି ବଡ଼ଦେଉଳରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ପ୍ରାୟ ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବଡ଼ଠାକୁରଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଯେଉଁଥିଲାଗି ପ୍ରାୟ ୪ ଘଣ୍ଟାରୁ ଅଧିକ ସମୟ ବନ୍ଦ ରହିବ ସାଧାରଣ ଦର୍ଶନ ।

ଅଧିକ ପଢନ୍ତୁ