ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍‌ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ।ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଗୁରୁବାର ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି । ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି ।

ଅଧିକ ପଢନ୍ତୁ