ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ ବରିଷ୍ଠ ଏନଡିଏ ନେତା ଉପସ୍ଥିତ ଥିଲେ।ଫେବୃଆରୀ ୨୭ରେ ୧୦ମ ଥର ପାଇଁ ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିଲେ । ରାଜ୍ୟସଭା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାର ତାଙ୍କର ନିଷ୍ପତ୍ତି ସମସ୍ତଙ୍କୁ ଚକିତ କରିଛି । ତେବେ ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଇଛି ।ଏବେ ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଆଲୋଚନା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରତିଯୋଗିତା ଏବେ ଆହୁରି ଆକର୍ଷଣୀୟ ହୋଇଯାଇଛି। ଗତ ନଭେମ୍ବରରେ, ନୀତିଶ କୁମାରଙ୍କ ନେତୃତ୍ୱରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଥିଲା। କିନ୍ତୁ ଏବେ ରାଜ୍ୟସଭାକୁ ଯିବା ପାଇଁ ତାଙ୍କର ନିଷ୍ପତ୍ତି ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ବିଷୟରେ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।
