ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଲାଗିଛି । ଅମିତ ଶାହଙ୍କ ସ୍ଵାଗତ ସହ ଉଦ୍ଘାଟିତ ଓ ଶିଳାନ୍ୟାସ ସମ୍ପର୍କିତ ବଡ଼ ବଡ଼ ହୋର୍ଡିଂ । ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କଟକ, ଭୁବନେଶ୍ଵର ଓ ଅନ୍ୟ ସ୍ଥାନରେ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ।ଏହା ସହିତ ଏହାର ଅସ୍ଥାୟୀ କ୍ୟାମ୍ପସକୁ ମଧ୍ୟ ଉଦଘାଟନ କରିବେ । ଏହି ବିଶ୍ୱବିଦ୍ୟାଳୟ ପାଇଁ ଓଡ଼ିଶା ସରକାର ୪୦ ଏକର ଜମି ଯୋଗାଇ ଦେଇଛନ୍ତି । ସେ କେନ୍ଦ୍ରୀୟ ଫୋରେନସିକ୍ ସାଇନ୍ସ ଲାବୋରେଟୋରୀ (CFSL) ର ମଧ୍ୟ ଭୂମି ପୂଜନ କରିବେ । ଭୁବନେଶ୍ୱରରେ ନୂଆ ନ୍ୟାୟ ସଂହିତା ଉପରେ ଏକ ପ୍ରଦର୍ଶନୀର ଉଦଘାଟନ କରିବା ସହ ଏକ ମୋବାଇଲ୍ ଫୋରେନସିକ୍ ଭ୍ୟାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହା ସହ ଭର୍ଚୁଆଲ୍ ମାଧ୍ୟମରେ ଅନେକ ନୂଆ ଥାନା ବିଲଡିଂର ଉଦଘାଟନ କରିବେ । ଏହି ଅବସରରେ IIT ଭୁବନେଶ୍ୱର ଏବଂ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ସହ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହେବ ।
