ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି

ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଭୁବନେଶ୍ବର, କଟକ ସମେତ ଉପକୂଳ ଓଡ଼ିଶାର ତାପମାତ୍ରା ମଧ୍ୟ ୩୮ ଡିଗ୍ରି ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର ଓଡ଼ିଶାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ମାର୍ଚ୍ଚ ୯ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୧୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ, ପବନ ସହ ବର୍ଷା ହୋଇପାରେ। ପରବର୍ତ୍ତୀ ୭ ଦିନର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅଧିକ ପଢନ୍ତୁ