ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି।ରାଜ୍ୟରେ ୮୬ ଜେଲରେ ଅଛନ୍ତି ୧୮ ହଜାର ୧୭୬ କଏଦୀ । ସେଥିରୁ ୧୪ ହଜାର ୪୦ ବିଚାରଧୀନ, ୪ ହଜାର ୧୩୬ ଦଣ୍ଡ ପାଇ ଅଛନ୍ତି ।ଏନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ । ଗୃହରେ ବିଭିନ୍ନ ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ଉତ୍ତର ରଖୁଛନ୍ତି ।ସୂଚନା ଅନୁସାରେ ଏପ୍ରିଲ୍ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩.୧୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବିଭାଗୱାରୀ ଖର୍ଚ୍ଚଦାବି ଉପରେ ଆଲୋଚନା ହେବା ସହ ମାର୍ଚ୍ଚ ୩୧ରେ ରାଜ୍ୟ ସରକାର ବ୍ୟୟମଞ୍ଜୁରୀ ବିଲ୍ ପାରିତ କରାଇବେ।
