କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ କି.ମି ପର୍ଯ୍ୟନ୍ତ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ଏଥିସହ ଅନ୍ୟ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସୂଚନା ଦିଆଯାଇଛି। ସେହିପରି ୧୯ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଥିବାବେଳେ ୨୦ ତାରିଖରେ ରାଜ୍ୟରେ ବଡ଼ ବର୍ଷା ହେବାର ସୂଚନା ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେଓଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ ଓ ଜଗତ୍ସିଂହପୁର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
