ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ ସନ୍ଦେହ କରାଯାଉଛି। ସୂଚନାମୁତାବକ ଭୁବନ ଥାନା ଅଞ୍ଚଳର କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀ ଥିଲେ । ଛାତ୍ରୀ ଜଣଙ୍କ ବୁଧବାର କଲେଜରେ ଗୋଟିଏ ସିଟିଂ ପରୀକ୍ଷା ସାରି ଆଉ ଘରକୁ ଫେରିନଥିଲେ । ଘର ଲୋକ ବହୁ ଖୋଜାଖୋଜି କରିଥିଲେ । ହେଲେ ଛାତ୍ରୀ ଜଣଙ୍କର କୌଣସି ପତ୍ତା ମିଳିନଥିଲା । ଆଜି ସକାଳୁ ଛାତ୍ରୀଙ୍କ ମୃତଦେହ ସାରୁଆଳି ଜଙ୍ଗଲ ଭିତରେ ପଡ଼ିଥିବା ଦେଖିବାକୁ ମିଳିଥିଲା l ଛାତ୍ରୀଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତିରୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛିl ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି

ଅଧିକ ପଢନ୍ତୁ