ମାର୍ଚ୍ଚ ଶେଷ ସପ୍ତାହରେ କାଳବୈଶାଖୀ ନେଇ ଆଲର୍ଟ

ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ୟାନମ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଏବଂ ବଜ୍ରପାତ ହୋଇପାରେ । ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ। ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ଏବଂ କୁଆପଥର ମାଡ଼ ହୋଇପାରେ। ଏପରିକି ସ୍ଥାନେ ସ୍ଥାନେ ପବନର ବେଗ ୫୦-୬୦ କିମି ପର୍ଯ୍ୟନ୍ତ ରହିପାରେ । କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାର ସ୍ଥାନେ ସ୍ଥାନେ ବର୍ଷା, ଘଡ଼ଘଡ଼ି ସହ ୩୦-୪୦ କିମି ପବନ ଆଶଙ୍କା ନେଇ ସତର୍କ କରାଯାଇଛି ।

ଅଧିକ ପଢନ୍ତୁ