ବିଜେଡି ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ। ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ଵିପ୍ ଅବମାନନା କରି କ୍ରସ ଭୋଟିଂ କରିଥିବା ଛଅ ବିଧାୟକଙ୍କୁ କଲେ ସସପେଣ୍ଡ। ଛଅ ବିଧାୟକ ହେଉଛନ୍ତି ସୌରଭିକ ବିଶ୍ଵାଳ, ଦେବୀରଞ୍ଜନ ତ୍ରିପାଠୀ, ସୁବାସିନୀ ଜେନା, ନବ କିଶୋର ମଲ୍ଲିକ, ରମାକାନ୍ତ ଭୋଇ ଏବଂ ଚକ୍ରମଣି କହଁର। ସୂଚନାମୁତାବକ, ବିଜେଡିର ୮ ଜଣ ବିଧାୟକ ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିଲେ । ତା ଭିତରୁ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ପୂର୍ବରୁ ନିଲମ୍ବିତ ହୋଇସାରିଛନ୍ତି ।
