ନିଲାମ ହେବ ଓଡ଼ିଶାର ୩୪ଟି ଖଣି । ଲୁହାପଥର, ବକ୍ସାଇଟ୍, ଲୁହାପଥର ଓ ମାଙ୍ଗାନିଜ, ଚୂନପଥର, ମାଙ୍ଗାନିଜ, ତମ୍ବା, ଗୁରୁତ୍ବପୂର୍ଣ୍ଣ ଖଣିଜ ପଦାର୍ଥ ଖଣି ଓ ସୁନା ଖଣି ଆଦିକୁ ନିଲାମ କରାଯିବ ।ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ୍ ଅବଧି ସହ ଏହି ଖଣିଗୁଡ଼ିକୁ ନିଲାମ କରାଯିବ । ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଆସନ୍ତା ଆର୍ଥିକ ବର୍ଷରେ ନିଲାମ ହେବାକୁ ଥିବା ଖଣିଗୁଡ଼ିକ ମଧ୍ୟରୁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି ଓ ୯ଟି ହେଉଛି କ୍ରିଟିକାଲ୍ ମିନେରାଲ ଖଣି ରହିଛି ।ବିଭିନ୍ନ ଜାତୀୟ ଓ ରାଜ୍ୟସ୍ତରୀୟ ସଂସ୍ଥା ଏହି ଖଣିଗୁଡ଼ିକୁ ଠାବ କରିବା ସହ ଅନୁସନ୍ଧାନ କରିଛନ୍ତି । ୨୦୨୩ ପରଠାରୁ ରାଜ୍ୟରେ ଖଣି ନିଲାମ ହୋଇନଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ନିଲାମ ପାଇଁ ୩୦ଟି ଖଣିକୁ ପ୍ରସ୍ତୁତ କରିଥିଲେ । ସେଥିରୁ ୮ଟି ଖଣି ନିଲାମ ହୋଇଛି ।
