ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ଅଛନ୍ତି ୧୫ ମାଓବାଦୀ

ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା ୯୬ ମାଓବାଦୀ / ମିଲିସିଆ ଆତ୍ମସମର୍ପଣ କରିଛନ୍ତି । କନ୍ଧମାଳ ଜିଲ୍ଲାକୁ ମାଓବାଦୀ ପ୍ରଭାବିତ ଜିଲ୍ଲା ଭାବରେ ବିବେଚିତ କରାଯାଉଛି । ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଓଡିଶା ହେବ ସମ୍ପୁର୍ଣ୍ଣ ମାଓ ମୁକ୍ତ ରାଜ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ସେହିପରି ରାଜ୍ୟର ୮ଟି ଜିଲ୍ଲା ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା ଜିଲ୍ଲା ଗୁଡ଼ିକୁ Legacy &Thrust ଜିଲ୍ଲା ଭାବରେ ବିବେଚନା କରାଯାଉଛି ।

ଅଧିକ ପଢନ୍ତୁ