ବଢ଼ିବନି ବିଧାୟକଙ୍କ ଦରମା! : ନୋଟିସ୍ ଆଣିଲେ ବିଧାନସଭା ସଚିବ

ବଢ଼ିବନି ବିଧାୟକଙ୍କ ଦରମା । ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ । ମନ୍ତ୍ରୀ, ବିଧାୟକ ଏବଂ ବାଚସ୍ପତିଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର କଲେ ରାଜ୍ୟ ସରକାର ।  ବିଧାନସଭାରେ ଶୀତକାଳୀନ ଅଧିବେଶନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ । ଗୃହରେ ସର୍ବସମ୍ମତି କ୍ରମେ ଏହା ପାସ୍ ହୋଇଥିଲା ।ନୂଆ ବିଲ୍ ବିଧାନସଭାରେ ପାସ୍ ହେବା ପରେ ଦରମା ଓ ଆନୁସଙ୍ଗିକ ଭତ୍ତା ବାବଦକୁ ଓଡ଼ିଶାର ବିଧାୟକମାନଙ୍କୁ ମିଳିଥାନ୍ତା ୩ ଲକ୍ଷ ୪୫ ହଜାର ଟଙ୍କା ।

ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ଦରମା ଓ ଅନ୍ୟ ଭତ୍ତା ମିଶାଇ ପାଖାପାଖି ୩ ଲକ୍ଷ ୭୪ ହଜାର ଟଙ୍କା ପାଇଥାନ୍ତେ । କ୍ୟାବନେଟ୍ ମନ୍ତ୍ରୀ ଏବଂ ରାଷ୍ଟ୍ରମନ୍ତ୍ରୀଙ୍କୁ ମୂଳ ଦରମା ସହିତ ଭତ୍ତାକୁ ମିଶାଇ ୩ ଲକ୍ଷ ୬୦ ହଜାର ଟଙ୍କା ମିଳିବାର ଥିଲା । ତିନି ଗୁଣା ବଢିଥିଲା ଦରମା ।

ଅଧିକ ପଢନ୍ତୁ