ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ

ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର । ପୁଣି ବାରବାଟୀରେ କ୍ରିକେଟ କ୍ରେଜ୍। କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ T20 ମ୍ୟାଚ ।ଦୀର୍ଘ ଦିନର ବ୍ୟବଧାନ ପରେ ବାରବାଟୀରେ ଭାରତ ଓ ଶ୍ରୀଲଙ୍କା ପରସ୍ପରର ସାମ୍ନା କରିବେ । ୨୦୨୬-୨୭ ପାଇଁ ବିସିସିଆଇ ଖେଳସୂଚୀରୁ ସ୍ପଷ୍ଟ ହୋଇଛି। ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ୍‌ ଖେଳାଯିବ।  ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ୩ଟି ଓଡିଆଇ ଓ ୩ଟି ଟି-୨୦ ମ୍ୟାଚ୍ ଖେଳିବ।  ୩ ମ୍ୟାଚ୍‌ ଟି-୨୦ ସିରିଜ୍‌ର ଦ୍ବିତୀୟ ମ୍ୟାଚ୍‌ ବାରବାଟୀରେ ଖେଳିବ। ରାଜକୋଟରେ ଶ୍ରୀଲଙ୍କା ପ୍ରଥମ ଓ ପୁଣେରେ ତୃତୀୟ ଟି-୨୦ ଖେଳିବ ।

ଅଧିକ ପଢନ୍ତୁ