ପୁରୀ ଶ୍ରୀମନ୍ଦିର:ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବୁଧବାର ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ ।

କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାରରେ ବ୍ୟବହାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ , ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହେ।

ଅଧିକ ପଢନ୍ତୁ