ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା । ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତିମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ୧୨ ହଜାର ୨୦୦ ବରିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ଚଳିତବର୍ଷ ମୋଟ୍ ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩୦୮୨ କେନ୍ଦ୍ରର ବ୍ୟବସ୍ଥା କରାଯାଇଥିଲା । ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ।
