ପୁରୀରେ ହେବ ଅନ୍ତର୍ଜାତୀୟ ବିମାନବନ୍ଦର ; ମିଳିଲା ଜଙ୍ଗଲ ଜମି ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି । ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ରାଜ୍ୟ ସରକାର କିଛି ବର୍ଷ ତଳେ କେନ୍ଦ୍ରକୁ ପ୍ରସ୍ତାବ ଦେଇଥିଲେ । କିଛି ଦିନ ଧରି ଏଠାରେ ନିର୍ମାଣ ହେବା କିମ୍ବା ନହେବା ନେଇ ରାଜନୀତି ଜୋର ଧରିଥିଲା । ଏହାପରେ ରାଜ୍ୟରେ ସରକାର ପରିବର୍ତ୍ତନ ହେଲା, ନୂଆ ସରକାର କ୍ଷମତାକୁ ଆସିଲେ । ନୂଆ ସରକାର ପୁରୀରେ ବିମାନବନ୍ଦର ନିର୍ମାଣ କରିବା ସପକ୍ଷରେ ମଧ୍ୟ କାମ ଆରମ୍ଭ କରିଥିଲେ । ଏହିକ୍ରମରେ କିଛି ଦିନ ତଳେ ମାନେ ୨୦୨୫ରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପୁରୀରେ ବିମାନବନ୍ଦର ନିର୍ମାଣ କରିବାକୁ ଗ୍ରୀନ୍ ସିଗ୍ନାଲ ଦେଇଥିଲା । ଯାହାଫଳରେ ବିମାନବନ୍ଦର ନିର୍ମାଣ ପାଇଁ ବାଟ ଫିଟିଥିଲା । ଆଉ ଏବେ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି ।ସୂଚନା ଅନୁଯାୟୀ, ପୁରୀରେ ଏହି ଅନ୍ତର୍ଜାତୀୟ ବିମାନବନ୍ଦର ସମୁଦାୟ ୪୭୧ ହେକ୍ଟର ଜମିରେ ନିର୍ମାଣ କରିବାକୁ ପ୍ରସ୍ତାବ ରହିଛି । ଏଥିମଧ୍ୟରେ ପ୍ରାୟ ୨୮ ଏକର ଜଙ୍ଗଲ ଜମି ଏବଂ ସମୁଦ୍ର କୂଳବର୍ତ୍ତୀ କିଛି ଅଞ୍ଚଳ ରହିଛି । ବହୁ ଦିନରୁ ଏହି ଜଙ୍ଗଲ ଜମି ଅନୁମତି ପାଇଁ ଅପେକ୍ଷା କରାଯାଇଥିବା ବେଳେ ଏବେ ସବୁଜ ସଙ୍କେତ ପ୍ରକଳ୍ପକୁ ଗତିଶୀଳ କରିବ ।

ଅଧିକ ପଢନ୍ତୁ