ଅକ୍ଷୟ ତୃତୀୟାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ପରମ୍ପରା ମୁତାବକ ଚନ୍ଦନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ଶ୍ରୀମନ୍ଦିରରେ ଆଜି ପଇତା ଲାଗି ନୀତି ଅନୁଷ୍ଠିତ ହେବ ।ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ନୀତି ପାଇଁ ଆଜି ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।
