ଆଜିଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଗଣତିମଣତି ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କଲା ସ୍ୱତନ୍ତ୍ର ଟିମ୍। ଆଜିଠାରୁ ଶ୍ରୀଜିଉଙ୍କ ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତି ମଣତି ଆରମ୍ଭ ହେବ। ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣତି।ଏହାପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ଚାଲିବ। ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ରହିବ। ବାହାର କାଠ ନିକଟରୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ପରବର୍ତ୍ତୀ ଗଣତି ଦିନଗୁଡ଼ିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ। ବାହାର ଭଣ୍ଡାରର ଗଣତି କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି।
