LPG ଗ୍ୟାସ କଳାବଜାରୀ: ରାଜ୍ୟବ୍ୟାପୀ ଚଢ଼ାଉ ଜୋରଦାର

ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ପ୍ରତିହତ କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଟିମ ଗୁଡିକ ଦୈନିକ ଭିତ୍ତିରେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି। ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କ ତତ୍ତ୍ଵବଧାନରେ ଯାଞ୍ଚ ପ୍ରକ୍ରିୟାକୁ କଡାକଡି କରୁଛନ୍ତି। ଏ ଦିଗରେ କାର୍ଯ୍ୟନୁଷ୍ଠାନ ସ୍ୱରୂପ ଆଜି ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲ୍ଲାର ୧୯୧୫ଟି ସ୍ଥାନରେ ଯାଞ୍ଚ କରାଯାଇଛି। ସେଥିମଧ୍ୟରୁ ୭୦୨ଟି ଗ୍ୟାସ ଏଜେନ୍ସି ଓ ୧୨୧୩ଟି ଅନ୍ୟ ସ୍ଥାନ ରହିଛି।ଏହି ସବୁ ସ୍ଥାନରୁ ୩୪୩୫ ସିଲିଣ୍ଡର ଜବତ କରାଯାଇଛି । ଏତଦବ୍ୟତୀତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଅଧିନିୟମ ଅନୁଯାୟୀ ୩୨୩ ମାମଲା ରୁଜୁ କରାଯିବା ସହ ୨୩ଟି ଏଫଆଇଆର ଦାଖଲ କରାଯାଇଛି।

ଅଧିକ ପଢନ୍ତୁ