ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତି। ଆଜି ହେଉଛି ଗଣତିର ତୃତୀୟ ଦିନ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ଗଣତି କରାଯାଉଛି। ୮ ତାରିଖରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଗଣତି, ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୨ ତରିଖ ଗଣତି ବନ୍ଦ ରହିବ । ଏହାପରେ ପୁଣି ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ଚାଲିବ।ଆଜି ସକାଳ ଧୂପ ପରେ ଖୋଲିଛି ଭଣ୍ଡାର ଘର । ପୂର୍ବ ନିର୍ଦ୍ଧାରିତ ଏସ ଓ ପି ଅନୁଯାୟୀ ଗଣତି ସମୟରେ ବାହାର କାଠ ରୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଗଣତି ଅଳଙ୍କାରର 3D ମ୍ୟାପିଂ, ଫଟୋଗ୍ରାଫି, ଭିଡିଓଗ୍ରାଫି ବି କରାଯିବ। ପରେ ମଣତି ଭଣ୍ଡାର ମେକାପଙ୍କୁ ଦିଆଯିବ।
