ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି:୧୩ରେ ଫିଟିବ ଭିତର ଭଣ୍ଡାର

ଆଜି ଶେଷ ହୋଇପାରେ ବାହାର ରତ୍ନଭଣ୍ଡାର ଗଣତିମଣତି ପ୍ରକ୍ରିୟା। ଆସନ୍ତା ୧୩ ତାରିଖ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହୋଇପାରେ ଭିତର ରତ୍ନଭଣ୍ଡାର ଗଣତିମଣତି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି।୧୪ ତାରିଖ ମହାବିଷୁବ ସଂକ୍ରାନ୍ତିରେ ପାଇଁ ବନ୍ଦ ରହିବ ଗଣତି ମଣତି। ପୁଣି ୧୬ରୁ ୧୮ ଯାଏଁ ଗଣତି ମଣତି ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

ଅଧିକ ପଢନ୍ତୁ