ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା । ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ ଉନେତା ସହ ମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି । ଉଭୟଙ୍କ ଚୟନକୁ ଅନୁମୋଦନ ଦେବାକୁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସୂଚନାମୁତାବକ କିଛି ଦିନ ପୂର୍ବରୁ ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ର ଇସ୍ତଫା ଦେଇଥିଲେ। ତାଙ୍କର ଏହି ଇସ୍ତଫା ପତ୍ରକୁ ଦଳୀୟ ସଭାପତି ଅନୁମୋଦନ କରିଥିଲେ ।ତେବେ ଆଜି ଶ୍ରୀ ମଙ୍ଗରାଜଙ୍କୁ ଏହି ପଦରେ ଦଳ ନିଯୁକ୍ତି ଦେଇଛି।
