ଆସନ୍ତାକାଲିଠାରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ |ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର କାହାଣୀ ।
ପଥର ଖୋଦିତ ଅକ୍ଷର ସାଙ୍ଗକୁ ଦେଖିବାକୁ ମିଳୁଛି ଥ୍ରୀଡି ଝଲକ । ମନ ମୋହୁଛି ମୁକ୍ତେଶ୍ବର ମନ୍ଦିର ତୋରଣ ଆକୃତି ତୋରଣ । ଭାଷାବିତଙ୍କୁ ଟାଣିନେଉଛି ବୃହତ୍ ଆକୃତିର ଓଡ଼ିଆ ଲିପି `ଅ’। ସ୍ମାରକୀ ହେବାକୁ ଯାଉଛି ଭୁବନେଶ୍ବର କଳାମଣ୍ଡଳ ପରିସରରେ ଥିବା ଏହି ଭାଷା ସୌଧ ।