ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଜନଗଣନାରେ ନିୟୋଜିତ କର୍ମଚାରୀଙ୍କୁ ସୁରକ୍ଷା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ଲେଖିଛି । ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ଯାଏଁ ଚାଲିବ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା ବେଳେ ମରଣାତ୍ମକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ଜଣ ଜନଗଣନା କର୍ମଚାରି ଆହତ ହୋଇଥିବା ବେଳେ ଏଥିରେ ୨ଜଣ ମହିଳା କର୍ମଚାରି ଅଛନ୍ତି। ସୋନୁର ଜିଲ୍ଲାରେ ଜଣେ କର୍ମଚାରୀଙ୍କ ହୃଦଘାତରେ ମୃତ୍ୟୁ ମଧ୍ୟ ହୋଇଥିଲା ।ରାଜ୍ୟରେ ଚାଲିଥିବା ପ୍ରଥମ ପର୍ଯ୍ୟାୟ ଜନଗଣନା (ହାଉସଲିଷ୍ଟିଂ ଓ ହାଉସିଂ ସେନ୍ସସ୍‌) କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଗମ୍ଭୀର ହୋଇଛନ୍ତି। ଗତ କିଛି ଦିନ ମଧ୍ୟରେ କାର୍ଯ୍ୟରତ ଗଣନାକାରୀଙ୍କ ସମ୍ପର୍କରେ ଆସିଥିବା ଅତ୍ୟନ୍ତ ଦୁଃଖଦ ଖବର ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି କରାଯାଇଛି। କାର୍ଯ୍ୟ ସମୟରେ ରହିଥିବା ବିପଦଗୁଡ଼ିକୁ ଚିହ୍ନଟ କରିବା ଏବଂ ଗଣନାକାରୀଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା, କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ପର୍କରେ ସଚେତନ କରାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଯାହାଫଳରେ ନିର୍ଘଣ୍ଟ ସମୟ ମଧ୍ୟରେ ସୁରୁଖୁରୁରେ ଓ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରାଯାଇପାରିବ।

ଅଧିକ ପଢନ୍ତୁ