ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ପ୍ରବଳ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଉଚିତ୍ ନ୍ୟାୟ ଦେବାରେ ଅବହେଳା କରାଯାଇଛି। ଆଲୋଚନାକୁ ଆଗେଇ ଆସିବା ବଦଳରେ ନକରାତ୍ମକ ମନ୍ତବ୍ୟ ଦେଉଛନ୍ତି। କଂଗ୍ରେସ ନିଜ ସରକାର ସମୟରେ ମହିଳାଙ୍କ ବିଲକୁ ପାସ ନକରି ଆଜି ବିରୋଧ କରୁଛନ୍ତି।ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ଭାରତର ରାଷ୍ଟ୍ରପତି ଜଣେ ମହିଳା, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ବି ମହିଳା, ବାଚସ୍ପତି ବି ମହିଳା। କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ୯ ଥର ବଜେଟ୍ ଉପସ୍ଥାପନା କରିଛନ୍ତି। ନାରୀ ଶକ୍ତି ବନ୍ଧନର ଆବଶ୍ୟତ ଅଛି। ବିରୋଧୀ ଏଥିରେ ବ୍ରେକ୍ ଲଗାଇଛନ୍ତି ଯାହାର ଉଚିତ ଜବାବ ଦେବେ ମହିଳା। ବିରୋଧୀ ଦଳ ନେତା ଚିଠି ଲେଖି ମତେ ଉତ୍ତର ମାଗିଥିଲେ। ତାଙ୍କ ଆଶଙ୍କା ନିରର୍ଥକ। ସିଟ୍ ବୃଦ୍ଧି ହେଲେ ଓ ମହିଳା ସଂରକ୍ଷଣ ବିଲ୍ ପାରିତ ହେଲେ ଓଡ଼ିଶା ବି ଅନ୍ୟ ରାଜ୍ୟ ଭଳି ସମାନ ଅଧିକାର ପାଇଥାନ୍ତା।
