ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
