ଆସନ୍ତା ୧୮ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିବେ । ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ନୀତିନ ନବୀନ । ରାଜ୍ୟ ମୁଖ୍ୟାଳୟରେ ଜିଲ୍ଳାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ।ନୀତିନ ନବୀନଙ୍କ ଏହି ଗସ୍ତ ବେଶ୍ ଗୁରୁତ୍ବ ବହନ କରୁଛି। ନୀତିନଙ୍କ ସ୍ବାଗତ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି ରାଜ୍ୟ ବିଜେପି। ତେବେ ନୀତିନ ନବୀନଙ୍କ ଗସ୍ତକୁ ନେଇ ମଙ୍ଗଳବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବଡ଼ ବୈଠକ।
