ଓଏସଆରଟିସିର ସମସ୍ତ ଗାଡିଗୁଡିକୁ ଇଭି କରାଯିବ । ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି ।ଏହାସହ ରାଜ୍ୟରେ ଚାର୍ଜିଂ ଷ୍ଟେସନର ଅଭାବ ରହିବ ନାହିଁ । ଇଭି ଚାର୍ଜିଂ ଷ୍ଟେସନ କମ୍ପାନୀ ସହିତ ପ୍ରାଥମିକ ଆଲୋଚନା ଶେଷ ହୋଇଛି । ୧୦୦ଟି ଚାର୍ଜିଂ ଷ୍ଟେନସ ପାଇଁ ନିର୍ଦେଶ ଦିଆଯାଇଥିବାବେଳେ ୩୦ଟି ଶେଷ ହେଇଛି l ୧୫ ଟି ଷ୍ଟେସନ କେବଳ ଭୁବନେଶ୍ୱରରେ କରାଯିବ ।ପ୍ରଧାନମନ୍ତ୍ରୀ ଓ ମୁଖମନ୍ତ୍ରୀଙ୍କ ଆଗ୍ରହ ଅଛି ଇଭି ଗାଡିର ବ୍ୟବହାର ପାଇଁ, ଏହାଦ୍ୱାରା ପରିବେଶ ସୁରକ୍ଷା ସହିତ, ଆମର ସଞ୍ଚୟ ବି ହୋଇପାରିବ । ପ୍ରକୃତି ପରିବେଶ ସନ୍ତୁଳିତ ପାଇଁ ଇଭିର ବ୍ୟବହାର କରିବୁ ।
