ଭୁବନେଶ୍ୱରର ଅନ୍ଧାରୁଆଠାରେ ଇ.ଏସ.ଆଇ ମେଡ଼ିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପାଇଁ ସୋମବାର ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏବଂ ଭାରତ ସରକାରଙ୍କ କର୍ମଚାରୀ ରାଜ୍ୟ ବୀମା ନିଗମ (ଇ.ଏସ୍.ଆଇ.ସି) ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି ।ଏହି ବୃହତ ପ୍ରକଳ୍ପର ସ୍ଥାୟୀ ଭିତ୍ତିଭୂମି ଅନ୍ଧାରୁଆଠାରେ ନିର୍ମାଣ ହେବାକୁ ଥିବାବେଳେ, ମେଡିକାଲ କଲେଜର କାର୍ଯ୍ୟକୁ ତୁରନ୍ତ ଆରମ୍ଭ କରିବା ପାଇଁ ବର୍ତ୍ତମାନ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ଇ.ଏସ୍.ଆଇ ହସ୍ପିଟାଲକୁ ବ୍ୟବହାର କରାଯିବ। ଏଥିପାଇଁ ଶ୍ରମ ବିଭାଗ ପକ୍ଷରୁ ଉକ୍ତ ହସ୍ପିଟାଲକୁ ଆନୁଷ୍ଠାନିକ ଭାବେ କର୍ମଚାରୀ ରାଜ୍ୟ ବୀମା ନିଗମଙ୍କୁ ହସ୍ତାନ୍ତର କରାଯାଇଛି।
