ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିର୍ଦ୍ଦେଶ

ଭୁବନେଶ୍ୱର: ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ଦେଶରେ ପେଟ୍ରୋଲ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ବିହିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସଚିବାଳୟ ଠାରୁ ଆରମ୍ଭ କରି ସମସ୍ତ ସରକାରୀ ବିଭାଗର ଉପଖଣ୍ଡ, ତହସିଲ, ବ୍ଲକ୍‌ସ୍ତର ସହିତ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଉଦ୍ୟୋଗ, ସଂସ୍ଥା, ବିଶ୍ୱବିଦ୍ୟାଳୟ, ସମିତିମାନଙ୍କରେ ନିର୍ଦ୍ଦେଶାବଳୀ କଡ଼ାକଡ଼ି ଅନୁପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଶାସନକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାବଳୀ-

✅ ଅତି ଆବଶ୍ୟକ ନ ହେଲେ ସରକାରୀ ସ୍ତରର ବିଭିନ୍ନ ବୈଠକ, ସମୀକ୍ଷା, ପ୍ରଶିକ୍ଷଣ, କର୍ମଶାଳା ଆଦି ଭର୍ଚୁଆଲ ମୋଡ୍‌ରେ କରାଯିବ। ପ୍ରତ୍ୟକ୍ଷ ଉପସ୍ଥିତିର ଆବଶ୍ୟକତା ନ ଥିବା କ୍ଷେତ୍ରରେ ଅଧିକାରୀ ଓ କର୍ମଚାରୀମାନେ ଭର୍ଚୁଆଲ ମୋଡ୍‌ରେ ଯୋଗ ଦେବେ।
✅୧ ଜୁନ୍ ୨୦୨୬ ଠାରୁ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କିଣାଯିବାକୁ ଥିବା ସମସ୍ତ ଦୁଇ ଚକିଆ ଓ ଚାରି ଚକିଆ ଯାନ ବୈଦ୍ୟୁତିକ ଯାନ (EV) ହୋଇଥିବା ବାଧ୍ୟତାମୂଳକ। ସେହିଭଳି, ଜୁନ୍ ପହିଲାରୁ ସରକାରୀ କାର୍ଯ୍ୟାଳୟରେ ଭଡ଼ା ସୂତ୍ରରେ ନିଆଯାଉଥିବା ସରକାରୀ ଚାରିଚକିଆ ଯାନ EV ହେବା ବାଧ୍ୟତାମୂଳକ କରାଯିବ ।
✅ ବ୍ୟକ୍ତିଗତ ସରକାରୀ ବ୍ୟବହାର ପାଇଁ ସରକାରୀ ଯାନ ପାଇଥିବା ବରିଷ୍ଠ ଅଧିକାରୀମାନେ ନିଜ ନିଜ ମଧ୍ୟରେ କାରପୁଲିଂ କରିବେ, ଅର୍ଥାତ୍ ଯିବା ଆସିବା ପାଇଁ କେବଳ ଗୋଟିଏ ଗାଡ଼ି ବ୍ୟବହାର କରିବେ।
✅ ଦୂରସ୍ଥାନକୁ ପରିଦର୍ଶନରେ ଯିବାବେଳେ ଅଧିକାରୀ ଓ କର୍ମଚାରୀମାନେ ବସ୍ କିମ୍ୱା ରେଳଯାତ୍ରା କରିବେ।
✅ବହୁଳମାତ୍ରାରେ ସରକାରୀ କର୍ମଚାରୀ ରହୁଥିବା ସ୍ଥାନରୁ କର୍ମଚାରୀମାନଙ୍କ ଯିବା ଆସିବା ପାଇଁ ବୈଦ୍ୟୁତିକ ବସ୍ କିମ୍ୱା ମିନିବସ୍ ସେବା ଯୋଗାଇ ଦିଆଯିବ।

ଅଧିକ ପଢନ୍ତୁ

kc ads