ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ଗରମ ଗୁଳୁଗୁଳିରେ ଜନ ଜୀବନ ଅସ୍ତବ୍ୟସ୍ତ । ୫ଦିନ ଲାଗି ହିଟ ୱେଭ ଜାରି କରିଛି ପାଣିପାଗ ବିଭାଗ । ଏବେ ଗ୍ରୀଷ୍ମ ପ୍ରବାହ ସହିତ ରାତିରେ ଗରମ ଓ ଗୁଳୁଗୁଳି ଲାଗି ରହିବ । ବଲାଙ୍ଗୀର, ସମ୍ବଲପୁର, ନୟାଗଡ଼ ଓ ଝରସୁଗୁଡା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ହିଟ ୱେଭ ଜିଲ୍ଲା ଗୁଡିକ ହେଉଛି ଅନୁଗୁଳ , ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡା, ନୟାଗଡ଼, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ।ଆଗାମୀ ୫ ଦିନ ଯାଏଁ ପାଗରେ କିଛି ପରିବର୍ତ୍ତନ ହେବ ନାହିଁ । ଆସନ୍ତା ୨୬/୨୭ ତାରିଖ ବେଳକୁ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି । ଆଇଏମ୍ଡିର ଆକଳନ ଅନୁଯାୟୀ, ଆସନ୍ତା ୨୮ ଓ ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି ।
