ଆସନ୍ତା ଜୁନ୍ ୧୯ ଓ ୨୦ରେ ଦୁଇ ଦିନିଆ ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୯ ତାରିଖରେରେ ରାଇରଙ୍ଗପୁର ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା ରହିଛି । ରାଇରଙ୍ଗପୁରରେ ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।ପ୍ରଧାନମନ୍ତ୍ରୀଙ୍କ ଗସ୍ତର ସମ୍ପୂର୍ଣ ରୂପରେଖ ପ୍ରସ୍ତୁତ ହେଉଛି, ଖୁବଶୀଘ୍ର ଚୂଡାନ୍ତ ଗସ୍ତସୂଚୀ ଜଣାପଡିବ ।
