ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ ।

ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର । ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ । ୩୬ଲକ୍ଷ ୭୫ହଜାରରେ ପହଞ୍ଚିଲା ମୋଟ ହିତାଧିକାରୀଙ୍କ ସଂଖ୍ୟା । ଗତ ଅଗଷ୍ଟରେ ୪ଲକ୍ଷ ୧୩ହଜାର ଅତିରିକ୍ତ ଆବେଦନକୁ ଅନୁମୋଦନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ବାବଦରେ ମାସକୁ ୧୯୦କୋଟି ୨୦ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଲୋକଙ୍କ ଆବେଦନକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

୨୦୨୩ ଅଗଷ୍ଟରେ ଅତିରିକ୍ତ ୪ ଲକ୍ଷ ୧୩ ହଜାର ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ ରାଜ୍ୟ ସରକାର । ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି । ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ଼ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, କିନ୍ନର ଓ କୋଭିଡରେ ଅନାଥ ପିଲାମାନେ ସାମିଲ ହୋଇଥାନ୍ତି ।

ଅଧିକ ପଢନ୍ତୁ