ଦେବାଶିଷ ସାମନ୍ତରାୟଙ୍କ ରାଜ୍ୟସଭା ପ୍ରାର୍ଥୀପତ୍ର କାଏମ୍

ରାଜ୍ୟସଭା ଉପନିର୍ବାଚନକୁ ନେଇ ରାଜନୀତିକ ମାହୋଲ ଗରମ ହୋଇଥିବାବେଳେ ବିଜେପି ନେତା ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥୀପତ୍ର କାଏମ୍ ହୋଇଛି ।ସୂଚନାଥାଉକି, ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଭରିଥିଲେ।ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ସକାଶେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ରାଜ୍ୟସଭା ଉପନିର୍ବାଚନ ଜୁନ୍ ୮ ଥିଲା ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ। ଜୁନ୍ ୯ରେ ପ୍ରାର୍ଥିପତ୍ର ଯାଞ୍ଚ । ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ହେଉଛି ଜୁନ୍ ୧୧। ଜୁନ୍ ୧୮ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ। ସନ୍ଧ୍ୟା ୫ଟାରୁ ଭୋଟ୍ ଗଣତି ହେବ ଓ ଫଳାଫଳ ଘୋଷଣା କରାଯିବ।

ଅଧିକ ପଢନ୍ତୁ