ଜୁନ୍‌ ୧୫ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ଜୁନ୍‌ ୧୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ସରକାରୀ ଛୁଟି ଦିବସ ଯୋଗୁଁ ଆସନ୍ତା ୧୫ରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରାଯାଉଛି।

ଅଧିକ ପଢନ୍ତୁ