୨୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା

ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବାବେଳେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଫଳରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଗ୍ରୀଷ୍ମପ୍ରବାହ କମିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ପ୍ରାୟ ୨୦ଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କିନ୍ତୁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୨୧ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିପାରେ। ଆଜି ରାଜଧାନୀ ଓ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଆଂଶିକ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି।

ଅଧିକ ପଢନ୍ତୁ