ଭିଜିଲାନ୍ସ ଜାଲରେ କୋଟପାଡ଼ ଏଇଇ , ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଦୁର୍ନୀତି ବିରୋଧୀ ଅଭିଯାନକୁ ଆହୁରି ଜୋରଦାର କରିଛି ଭିଜିଲାନ୍ସ । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ସତ୍ୟନାରାୟଣ ସେଠୀଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି ।ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । ୭ଜଣ ଡିଏସ୍ ପି, ୯ ଜଣ ଇନ୍ସପେକ୍ଟର, ୧୧ ଜଣ ASI ଓ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ହୋଇଛନ୍ତି । ଜୟପୁର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଏକାସାଙ୍ଗରେ ୭ଟି ସ୍ଥାନରେ ଖୋଳତାଡ଼ ଚାଲିଛି । ଜୟପୁରର ପରାବେଡ଼ା ଅଞ୍ଚଳରେ ଥିବା ତାଙ୍କ ଭଡ଼ା ଘର, ଖୋର୍ଦ୍ଧା ଜିଲ୍ଲା ଜଟଣୀର ହାଇଟେକ୍ ପ୍ଲାଜାରେ ଥିବା ଫ୍ଲାଟ, କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଜାହାଙ୍ଗର ଗ୍ରାମରେ ଥିବା ପୈତୃକ ବାସଭବନ, କୋଟପାଡ଼ରେ ଥିବା ସରକାରୀ କ୍ୱାର୍ଟର, କାର୍ଯ୍ୟାଳୟ କକ୍ଷ ଏବଂ ବୋରିଗୁମ୍ମା ତହସିଲ ଅନ୍ତର୍ଗତ ତାରାଗାଁ ମୌଜାରେ ଥିବା ଦୁଇଟି ଫାର୍ମରେ ରେଡ୍ ଚାଲିଛି। 

ଅଧିକ ପଢନ୍ତୁ