ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି ଲେଖିଛି। ବ୍ଲକସ୍ତରରୁ ଓସିକ୍ ଏହି ନୂଆ ସ୍କୁଲ ବ୍ୟାଗ୍ ଯୋଗାଇ ଦେବ। ଓସେପା ସ୍ପଷ୍ଟ କରିଛି ଯେ, ବ୍ୟାଗ୍ ବଣ୍ଟନ ପ୍ରକ୍ରିୟାରେ କୌଣସି ପ୍ରକାର ବିଳମ୍ବ କିମ୍ବା ଅବହେଳାକୁ ବରଦାସ୍ତ କରାଯିବ ନାହିଁ । ପିଲାମାନେ ଯେପରି ନୂଆ ଶିକ୍ଷାବର୍ଷରେ ନୂଆ ବ୍ୟାଗ୍ ପାଇପାରିବେ, ସେଥିପାଇଁ ସମସ୍ତ ଜିଲ୍ଲାକୁ ତତ୍ପର ରହିବାକୁ କୁହାଯାଇଛି ।
