ପ୍ରବଳ ବର୍ଷା ସମ୍ଭାବନା:ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜିଠୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଅନ୍ୟ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ସେହିପରି ରବିବାର ସମସ୍ତ ଜିଲାରେ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ବର୍ଷା ପାଇଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ଗୁଳୁଗୁଳି ଜାରି ରହିଛି।ସେହିପରି ୩୦ ତାରିଖ ଓ ଜୁଲାଇ ୧ ତାରିଖରେ ବି ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସାରା ରାଜ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଥିଲେ ବି ବର୍ଷାର ସେଭଳି ପ୍ରଭାବ ଦେଖିବାକୁ ମିଳୁନି । ମୌସୁମୀ ଦୁର୍ବଳ ହୋଇଥିବାରୁ ବର୍ଷାର ପରିମାଣ ବି କମ ରହୁଛି । ଫଳରେ ଚିନ୍ତାରେ ରହିଛନ୍ତି ଚାଷୀ କୂଳ ।

ଅଧିକ ପଢନ୍ତୁ