ଶନିବାର ବିଧିବଦ୍ଧ ଭାବେ ଅଭିନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତ ଥିଲେ। ହାତ ଧରିବା ପରେ ମନୋଜ କହିଛନ୍ତି ନେତା ହେବା ପାଇଁ ଆସିନାହିଁ, ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଅନେକ ସମସ୍ୟା ଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉନାହାଁନ୍ତି ।
କଂଗ୍ରେସରେ ସାମିଲ ହୋଇ ଲୋକଙ୍କ ପାଇଁ ସ୍ୱର ଉଠାଇବେ ବୋଲି କହିଛନ୍ତି | ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବେ।