ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିନିକିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଗତକାଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ।ପ୍ରାୟ ଏକ ଘଣ୍ଟା ଧରି ଆଲୋଚନା କଲେ ଉଭୟ ନେତା । ଓଡ଼ିଶାର ପ୍ରଗତି, ସମୃଦ୍ଧ ଓଡ଼ିଶା ଗଠନ ନେଇ ସକରାତ୍ମକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ |ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି କୁହାଯାଉଛି, ତେବେ ଏହି ଅବସରରେ ଓଡ଼ିଶାର ପ୍ରଗତି, ସାଙ୍ଗଠନିକ ସୁଦୃଢ଼ୀକରଣ ଏବଂ ଆଗାମୀ ଦିନର କାର୍ଯ୍ୟପନ୍ଥା ସମ୍ପର୍କରେ ଅତ୍ୟନ୍ତ ସକରାତ୍ମକ ଆଲୋଚନା ହୋଇଥିବା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।
