ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ୍ ଆଲର୍ଟ, ସମୁଦ୍ର ମନା !

ଓଡ଼ିଶାରେ ଏବେ ମୌସୁମୀ ବାୟୁ ପୂରା ସକ୍ରିୟ। ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସୋମବାର ପଶ୍ଚିମ ଓଡ଼ିଶାରେ ଅତିପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓ ଉତ୍ତର ଓଡ଼ିଶାରେ ବି ଲଗାଣ ବର୍ଷା ଲାଗି ରହିବ ।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 7 ଜିଲ୍ଲା ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାର କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।ଜୁଲାଇ ୫ରୁ ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୫ ରୁ ୫୫ କିମି ଏବଂ ଝଟକା ପବନର ବେଗ ୬୫ କିମି ପର୍ଯ୍ୟନ୍ତ ହୋଇପାରେ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

ଅଧିକ ପଢନ୍ତୁ