Oplus_131072

ଦାସିଆ ଅଜାଙ୍କ ୧୧୯ ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୧୧୯ତମ ଜନ୍ମ ଜୟନ୍ତୀ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଦାସିଆ ଅଜା ସ୍ମୃତି କମିଟିର ମିଳିତ ଆନୁକୂଲ୍ୟରେ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ,ଦାସିଆ ଅଜା ଆମ ପ୍ରଣାମ ଘେନ ଆଦି ସ୍ଲୋଗାନରେ ସ୍ଥାନୀୟ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସ୍ମୃତି କମିଟି ଅଧ୍ୟକ୍ଷ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ,ନୟାଗଡ଼ ପୌରପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା,ଶିଶୁ ସୁରକ୍ଷା ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ଦାଶ, କଣ୍ଠଶିଳ୍ପୀ ନବକିଶୋର ମିଶ୍ର, ବରିଷ୍ଠ ନାଗରିକ ଦୁର୍ଯ୍ୟୋଧନ ସାହୁ,ପୂର୍ଣ୍ଣଚନ୍ଦ୍ର ଶତପଥୀ,ଭାରତ ବିକାଶ ପରିଷଦ ସଦସ୍ୟ ହରେକୃଷ୍ଣ ସାହୁ, ଅନାଦି ଚରଣ ମହାନ୍ତି,ପ୍ରଦୀପ କୁମାର ସାହୁ,ପ୍ରତାପ ନନ୍ଦ,କୈଳାସ ଚନ୍ଦ୍ର ରଥ, ପ୍ରଦୀପ୍ତ ଡାକୁଆ,ଲକ୍ଷ୍ମୀଧର ସାହୁ,ରଞ୍ଜନ ରଶ୍ମି ଜେନା ପ୍ରମୁଖ ଯୋଗଦାନ କରି ପୁଷ୍ପମାଲ୍ୟ ଏବଂ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ନୟାଗଡ଼ କଲେଜ ଏବଂ  ରାମକୃଷ୍ଣ ଆଦର୍ଶ ଶିକ୍ଷା କେନ୍ଦ୍ର ପକ୍ଷରୁ ସ୍କାଉଟ ଛାତ୍ରଛାତ୍ରୀମାନେ ସହଯୋଗ କରିଥିବା ବେଳେ  ଶ୍ରୀଧର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।  ସୂଚନା ଯୋଗ୍ୟ ଯେ ସମସ୍ତଙ୍କ ପ୍ରିୟ ଦାସିଆ ଅଜା ଭାବେ ସମଗ୍ର ଜନମାନସରେ ପରିଚିତ ସ୍ୱର୍ଗତ ଦାଶରଥି ପଟ୍ଟନାୟକ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ ଉଦୟପୁରଠାରେ ୧୯୫୯ ମସିହାରେ ବାଞ୍ଛାନିଧି ପାଠାଗାର, ୧୯୭୩ ମସିହାରେ ଶ୍ରୀଅରବିନ୍ଦ ସଂଗ୍ରହାଳୟ ଏବଂ ୧୯୭୫ରେ ଯଦୁମଣି ସାହିତ୍ୟ ସଂସଦ ପ୍ରତିଷ୍ଠା କରିଥିଲେ । ସେ ୧୯୯୭ ମସିହା ସେପ୍ଟେମ୍ବର ମାସ ୧୨ ତାରିଖ ଦିନ ନିଜ ଗ୍ରାମରେ ଇହଲୀଳା ସମ୍ବରଣ କରିଥିଲେ ।

ଅଧିକ ପଢନ୍ତୁ