ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବିଜୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୩୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ଆଜି କନ୍ଧମାଳ ପାଇଁ ଅରେଞ୍ଜ ୱାଣ୍ଣିଂ ଜାରି ହୋଇଥିବା ବେଳେ ବାକି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ ନୟାଗଡ଼ରେ ଅଧିକ ବର୍ଷା ହୋଇପାରେ । ୧୫ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରି ବର୍ଷା ସମ୍ଭାବନା ଅଛି । ୧୬ ଓ ୧୭ ତାରିଖରେ ବି ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ ।
