ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ତେବେ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, , ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସୱାର୍ଥପର ସେବାକୁ ପ୍ରତିଫଳିତ କରେ । ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ । ଅନ୍ୟପଟେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍ କରି ରାଷ୍ଟ୍ରପତି କହିଛନ୍ତି “ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବିଦେଶରେ ରହୁଥିବା ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି । ଏହି ମହାପର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି । ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ । ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି ।
