ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ, ଆସନ୍ତା କାଲିଠାରୁ ଭକ୍ତ ମନେ ପାଇବେ ଆଡପ ଅଭଡ଼ା

ଘୋଷଯାତ୍ରାର ଆଜି ତୃତୀୟ ଦିବସ । ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ଆଜି ରଥ ଉପରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ସରିବା ପରେ ଆରମ୍ଭ ହେବ ପହଣ୍ଡି ବିଜେ । ସକାଳୁ ରଥାରୂଢ଼ ଶ୍ରୀବିଗ୍ରହଙ୍କ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି କାନ୍ତି ବଢ଼ି ସଂଧ୍ୟାଧୂପ ପରେ ପହଣ୍ଡି ଆରମ୍ଭ ହେବ ।ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ପରେ ରୁନ୍ଧା ନୀତି ବଢି ବଡ ସିଂହାର ବେଶ କରି ପହୁଡ କରିବା ସୂଚନା ରହିଛି । ମହାପ୍ରଭୁଙ୍କ ଆଡପ ବିଜେ ସରିବା ପରେ ଆସନ୍ତା କାଲି ଠାରୁ ଜନ୍ମ ବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏଥିସହ ଆସନ୍ତା କାଲିଠାରୁ ଭକ୍ତ ମନେ ପାଇବେ ଆଡପ ଅଭଡ଼ା । ଭକ୍ତଙ୍କ ଶୃଙ୍ଖଳିତ ପହଣ୍ଡି ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରଥ ଉପରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସାରିବା ପରେ ପହଣ୍ଡି ବିଜେ ଆରମ୍ଭ ହେବ।

ଅଧିକ ପଢନ୍ତୁ

kc ads