ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କ ଅଧିନରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ଅଧିକାରୀଙ୍କ ମଧ୍ୟରୁ କେତେକ ଏହି ଆବେଦନକାରୀଙ୍କ ମଧ୍ୟରେ ରହିଛନ୍ତି ।ଏହି ବହି ତ୍ରୁଟି ମାମଲାରେ ସରକାର କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ମାମଲାରେ ତଦନ୍ତ କରି ପ୍ରଥମେ ମନୋଜ ପାଢୀଙ୍କୁ ଗିରଫ କରାଯାଇଥିଲା । ଏହାସହିତ ଅନେକ ବ୍ୟକ୍ତିଙ୍କୁ ଜେରା ମଧ୍ୟ କରିଥିଲା କ୍ରାଇମବ୍ରାଞ୍ଚ । ଅନ୍ୟପଟେ କିପରି ବହିରେ ତ୍ରୁଟି ହେଲା, ଏଥିପାଇଁ କିଏ ଦାୟୀ । ସେ ଦିଗକୁ ନେଇ ମଧ୍ୟ କ୍ରାଇମବ୍ରାଞ୍ଚ ଯାଞ୍ଚ ଆରମ୍ଭ କରିଛି ।
