ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ।ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ଆଉ୨ଟି ଗେଟ୍ ଖୋଲାଯାଇଛି।ପୂର୍ବରୁ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା। ଏହି ଦୁଇଟି ଗେଟ୍ ଖୋଲିବା ପରେ ସମୁଦାୟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।
