ନୀଳକନ୍ଦରକୁ ବାହୁଡ଼ିବେ ବାହୁଡ଼ାବ୍ରହ୍ମ, ଗୁଣ୍ଡିଚା ଘରୁ ପହଣ୍ଡି ଆରମ୍ଭ

ନବଦିନାତ୍ମକ ଯାତ୍ରା ସାରି ନୀଳକନ୍ଦରକୁ ବାହୁଡ଼ିବେ ବାହୁଡ଼ାବ୍ରହ୍ମ। ଗୁଣ୍ଡିଚା ଘରୁ ଆରମ୍ଭ ହେଲା ପହଣ୍ଡି ବିଜେ। ପ୍ରଥମେ ଆରମ୍ଭ ହେଲା ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି। କ୍ଷୀପ୍ର ଗତିରେ ଆସି ଦର୍ପଦଳନ ରଥାରୂଢ ହେଲେ ସୁଦର୍ଶନ। ତାଙ୍କ ପରେ ଆସିଲେ ରୋହିଣୀ ନନ୍ଦନ ବଳଭଦ୍ରଙ୍କ ପହଣ୍ଡି। ନାକଚଣା ଦ୍ଵାର ଦେଇ ରଥାରୂଢ ହେଉଛନ୍ତି ଠାକୁର। ତାଙ୍କ ପରେ ଆସିଛନ୍ତି ହଳଦୀ ମୁହିଁ ଦେବୀ ସୁଭଦ୍ରା। ଶେଷରେ ଆସିଲେ କାଳିଆ ସାଆନ୍ତ। ଶରଧାବାଲିରେ ଶ୍ରୀବିଗ୍ରହଙ୍କୁ ବାହୁଡ଼େଇ ଆଣିବା ପାଇଁ ଭକ୍ତଙ୍କ ସମାଗମ ଧିରେ ଧିରେ ବଢ଼ିବାରେ ଲାଗିଛି । ସେହି ଭାବ ବିନୋଦିଆ କାଳିଆ ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ । ରଥ, ପ୍ରସ୍ତୁତ, ପଥ ବି ପ୍ରସ୍ତୁତ କେବଳ ଅପେକ୍ଷା ତିନି ରଥକୁ ବିରାଜମାନ । ଆଉ ଗୁଣ୍ଡିଚା ଦିନ ପରି ମହାପ୍ରଭୁଙ୍କ ପରମ ସେବକ ଗଜପତି ମହାରାଜ ତିନି ରଥକୁ ଛେରା ପହଁରା ଶେଷ କରିବା ପରେ ରଥ ନିର୍ଦ୍ଦେଶକଙ୍କ ପରାମର୍ଶ କର୍ମେ ରଥଟଣା ଆରମ୍ଭ ହେବ ।ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବହୁ ସଂଖ୍ୟକ ପୁଲିସ ଫୋର୍ସ, କେନ୍ଦ୍ରୀୟ ସୁରକ୍ଷା ବାହିନୀ ଏବଂ ବରିଷ୍ଠ ଅଧିକାରୀମାନେ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିଛନ୍ତି ।

ଅଧିକ ପଢନ୍ତୁ